ନୂଆଦିଲ୍ଲୀ, ୩/୧୦ : ମିଆଁମାରରୁ ପ୍ରାୟ ୭ ଲକ୍ଷ ରୋହିଙ୍ଗ୍ୟା ବାଂଲାଦେଶରେ ପଶିଛନ୍ତି । ସେମାନଙ୍କ ମଧ୍ୟରୁ କୁଆଡ଼େ ମାତ୍ର ୪୦ ହଜାର ଭାରତରେ ପଶିଛନ୍ତି ଓ ୧୫ ହଜାରଙ୍କୁ ଚିହ୍ନଟ କରାଯାଇଛି । ତେବେ ପ୍ରକୃତ ସଂଖ୍ୟା କାହାରିକୁ ଜଣାନାହିଁ । ହେଲେ ୨୦୧୨ରୁ ଏ ପର୍ଯ୍ୟନ୍ତ ଗିରଫ ହୋଇଥିବା ୭ ଜଣ ରୋହିଙ୍ଗ୍ୟାଙ୍କୁ ଭାରତ ସରକାର ମିଆଁମାରକୁ ବିଦା କରିଛନ୍ତି । ନୂଆଦିଲ୍ଲୀ, ହାଇଦ୍ରାବାଦ, ଉତ୍ତରପ୍ରଦେଶ, ଜମ୍ମୁ-କାଶ୍ମୀର, ଆସାମ, କେରଳ ବ୍ୟତୀତ ପଶ୍ଚିମବଙ୍ଗ ରୋହିଙ୍ଗ୍ୟାଙ୍କ ଗଡ଼ ପାଲଟିଛି । ସେମାନଙ୍କୁ ଚିହ୍ନଟ କରି ବିଦା କରିବା ପାଇଁ ଭାରତ ସରକାର ଉଦ୍ୟମ କରୁଛନ୍ତି ।
No comments:
Post a Comment